ନବୀନଙ୍କ ମନ୍ତ୍ରୀମଣ୍ଡଳ ଅଦଳବଦଳ : ଶପଥ ନେଲେ ୩ ନୂଆ ମନ୍ତ୍ରୀ
Khabar Odisha:Cabinet-reshuffle-Bikram-Keshari-Arukha-Sarada-Nayak-and-Sudam-Marndi-sworn-in-as-Ministers
ଖବର ଓଡିଶା : 22/05/2023

ଶପଥ ନେଲେ ରାଜ୍ୟର ତିନି ନୂଆ ମନ୍ତ୍ରୀ । ବିକ୍ରମ କେଶରୀ ଆରୁଖ, ଶାରଦା ନାୟକ, ସୁଦାମ ମାର୍ଣ୍ଡି କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ହେଲେ କାହାକୁ କେଉଁ ବିଭାଗ ମିଳିବ, ତାହା ଜଣାପଡ଼ିନାହିଁ । ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ୩ ବିଧାୟକ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଗଣେଶ ଲାଲ ଏହି ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ l କିନ୍ତୁ ନୂଆ ବାଚସ୍ପତି କିଏ ହେବ ତାକୁ ନେଇ ଏବେବି ସସପେନ୍ସ ଜାରି ରହିଛି । 

ସୂଚନାଯୋଗ୍ୟ ଯେ, ଗତ ୧୨ ତାରିଖରେ ବାଚସ୍ପତି ପଦରୁ ଅଚାନକ ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେଇଥିଲେ। ଏହାର କିଛି ସମୟ ପରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଓ ଶ୍ରମ ମନ୍ତ୍ରୀ ପଦରୁ ଶ୍ରୀକାନ୍ତ ସାହୁ ବି ଇସ୍ତଫା ଦେଇଥିଲେ। ଇତି ମଧ୍ୟରେ ସମୀରଙ୍କ ହାତରେ ଥିବା ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ଦାୟିତ୍ୱ ପ୍ରମିଳା ମଲ୍ଲିକଙ୍କ ହାତକୁ ଚାଲି ଯାଇଥିଲା। ପୂର୍ବରୁ ନବ ଦାସଙ୍କ ମୃତ୍ୟୁ ପରେ ମନ୍ତ୍ରିମଣ୍ଡଳରେ ଗୋଟିଏ ଆସନ ଖାଲି ପଡ଼ିଥିଲ। ଏହା ପରଠୁ ନୂଆ ମନ୍ତ୍ରୀ କିଏ ହେବେ, ସେନେଇ ଉଭୟ ନେତା ଓ କର୍ମୀଙ୍କ ମଧ୍ୟରେ ଉକ୍ରଣ୍ଠା ଜାରି ରହିଥିଲା । ନୂଆ ମନ୍ତ୍ରିମଣ୍ଡଳକୁ ନେଇ ଗତ କିଛି ଦିନ ଧରି କଳ୍ପନା ଜଳ୍ପନା ଲାଗି ରହିଥିବା ବେଳେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଛୁଟିରେ ଥିବାରୁ ଏଥିରେ ବିଳମ୍ବିତ ହୋଇଥିଲା। ଗତ ରାତିରେ ରାଜ୍ୟପାଳ ଓଡ଼ିଶା ଫେରିବା ପରେ ପାୱାର କରିଡରରେ ହଲଚଲ ସୃଷ୍ଟି ହୋଇଥିଲା । ବିକ୍ରମ ଆରୁଖ, ସୁଦାମ ମାର୍ଣ୍ଡି, ସାରଦା ନାୟକଙ୍କ ପାଖକୁ ଫୋନ କଲ୍ ଆସିଥିବା ସୂଚନା ମିଳିଥିଲା । ଏହି ତିନି ଜଣ କ୍ୟାବିନେଟ୍ ମନ୍ତ୍ରୀ ହେବେ ବୋଲି ଜଣାପଡ଼ିଛି । ତେବେ ଅନ୍ୟ କିଛି ମନ୍ତ୍ରୀଙ୍କ ବିଭାଗ ବଦଳିବା ନେଇ ମଧ୍ୟ ସୂଚନା ମଳିଛି ।

Subscribe

National International State Sports Entertainment