ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
Khabar Odisha:Former-Rajya-Sabha-member-Narendra-Swain-81-passes-away
କଟକ, ସେପ୍ଟେମ୍ବର ୦୭ (ଖବର ଓଡ଼ିଶା):

ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ । ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା । ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ନରେନ୍ଦ୍ର ସ୍ୱାଇଁ ୨୦୧୫ ମସିହାରେ ରାଜ୍ୟସଭାର ସାଂସଦ ଭାବେ ନିଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ। ବିଜେଡି ଟିକେଟରେ ରାଜ୍ୟସଭାକୁ ଯାଇ ସେ ଓଡ଼ିଶାର ପ୍ରତିନିଧିତ୍ୱ କରିଥିଲେ । ଏହାପରେ ତାଙ୍କର କାର୍ଯ୍ୟକାଳ ଶେଷ ହେବା ପରେ ତାଙ୍କ ସ୍ଥାନରେ ମୁନା ଖାଁ ବର୍ତ୍ତମାନ ରାଜ୍ୟସଭାରେ ପ୍ରତିନିଧିତ୍ୱ କରୁଛନ୍ତି ।

  • Tags:

Subscribe

National International State Sports Entertainment