ବିଧାୟକ ଵିଷ୍ଣୁ ଚରଣ ସେଠୀଙ୍କ ପରଲୋକରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ ଭୁବନେଶ୍ବର,ସେପ୍ଟେମ୍ବର ୧୯(ଖବର ଓଡିଶା): Share story: ଧାମନଗର ବିଧାୟକ ତଥା ବିଜେପି ନେତା ବିଷ୍ଣୁ ସେଠୀଙ୍କ ପରଲୋକ ହୋଇଛି। ବରିଷ୍ଠ ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ବିଧାୟକ ଵିଷ୍ଣୁ ଚରଣ ସେଠୀଙ୍କ ପରଲୋକରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଗଭୀର ଶୋକ ପ୍ରକାଶ କରିଛନ୍ତି l ତାଙ୍କୁ ଜଣେ ଦକ୍ଷ ବିଧାୟକ ଓ ଲୋକପ୍ରିୟ ରାଜନେତା ଭାବରେ ବର୍ଣ୍ଣନା କରି ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି ରାଜ୍ୟପାଳ। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଲୋକ ପ୍ରକାଶ କରିଛନ୍ତି। ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ବୋଲି ଟ୍ୱିଟ କରିଛନ୍ତି। ଆଜି ଧାମନଗର ବିଧାୟକ ତଥା ବିଜେପି ନେତା ବିଷ୍ଣୁ ସେଠୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ବିଷ୍ଣୁ ସେଠୀଙ୍କ ପରଲୋକ ହୋଇଛି। ବିଷ୍ଣୁ ସେଠୀଙ୍କ ପରଲୋକ ନେଇ ଏମ୍ସ ଆଡିସନାଲ ସୁପରିଟେଣ୍ଡେଣ୍ଟ ସୂଚନା ଦେଇଛନ୍ତି। ଏକ ମାସ ହେଲା ବିଷ୍ଣୁ କିଡନୀ ରୋଗରେ ପୀଡ଼ିତ ହୋଇ ICUରେ ଚିକିତ୍ସିତ ଥିଲେ। ତାଙ୍କ ମୃତ୍ୟୁରେ ଶୋକର ଛାୟା ଖେଳିଯାଇଛି। ରାଜ୍ୟ ବିଜେପିର ଜଣେ ଟାଣୁଆ ନେତା ଭାବେ ସେ ପରିଚିତ ଥିଲେ। ତାଙ୍କର ମୃତ୍ୟୁରେ ରାଜନେତାମାନେ ଶୋକ ପ୍ରକାଶ କରିଛନ୍ତି। ଅସମୟରେ ତାଙ୍କର ମୃତ୍ୟୁ ସମସ୍ତଙ୍କୁ ମର୍ମାହତ କରିଛି। ଖବର ଓଡ଼ିଶା, Reporter, 18/09/2022