ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗ ଦେଇଛନ୍ତି ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅବସରରେ ମୁଖ୍ଯମନ୍ତ୍ରୀ ସ୍ବାଗତ ଭାଷଣ ଦେଇ କହିଛନ୍ତି ଯେ ଆଜି ଓଡ଼ିଶା ପାଇଁ ଗୌରବମୟ ମୁହୂର୍ତ୍ତ ଅଟେ। ଆଜି ଆମ ଗହଣରେ ପ୍ରଧାନମନ୍ତ୍ରୀ ମହୋଦୟ ଅଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ ଦେଶ ଆଜି ପୂରା ସୁରକ୍ଷିତ ରହିଛି। ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଦେଶ ଆଜି ବିଶ୍ବର ଚତୁର୍ଥ ଅର୍ଥନୀତି ସମୃଦ୍ଧ ରାଷ୍ଟ୍ର ଅଟେ। ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ବର୍ଷେ ଶାସନର ସୌଭାଗ୍ୟ ମିଳିଛି। ବର୍ଷକ ଭିତରେ ଆମକୁ ଅନେକ ଉପଲବ୍ଧି ମିଳି ସାରିଛି। ଆମ ସରକାର ଓଡ଼ିଶା ବିକାଶ ପାଇଁ ରୋଡ୍ ମ୍ୟାପ୍ ପ୍ରସ୍ତୁତ କରିଛି। ସମସ୍ତ ୩୦ ଜିଲ୍ଲା ଗସ୍ତ କରି ଲୋକଙ୍କ ଦୁଃଖ ବୁଝିବା ସହ ଆମେ ୧୭ ଲକ୍ଷ ‘ଲକ୍ଷପତି ଦିଦି’ ସୃଷ୍ଟି କରିପାରିଛୁ। ଆମେ ଯାହା କଥା ଦେଇଥିଲୁ ରଖିଛୁ ଚାଷୀଙ୍କୁ ୮ ଶହ ଟଙ୍କା ବୋନସ ପ୍ରଦାନ କରିଛୁ। ବିକଶିତ ଗାଁ ଯୋଜନା, ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଲାଗୁ କରିଛୁ। ୨୮ ହଜାରରୁ ଊର୍ଦ୍ଧ୍ବ ଯୁବକ ଯୁବତୀଙ୍କୁ ନିଯୁକ୍ତି ଦେଇଛୁ ବୋଲି ମୁଖ୍ଯମନ୍ତ୍ରୀ କହିଛନ୍ତି।
ମୁଖ୍ଯମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଆହୁରି କହିଛନ୍ତି ଯେ ଆପଣଙ୍କ ମାର୍ଗଦର୍ଶନରେ ବିକଶିତ ଓଡ଼ିଶା ସ୍ବପ୍ନ ପୂରଣ ହେବାକୁ ଯାଉଛି । ଓଡ଼ିଶାକୁ ପୂର୍ବ ଭାରତର ଶିଳ୍ପ ହବ୍ ପାଇଁ ପ୍ରତିଶ୍ରୁତିବଦ୍ଧ ଅଟେ। ଭିଜନ ଡକ୍ୟୁମେଣ୍ଟ ୨୦୩୬ ମଧ୍ୟ ପ୍ରସ୍ତୁତ କରି ସାରିଛୁ। ୨୦୩୬ ପାଇଁ ୩୬ଟି ପ୍ରମୁଖ କାର୍ଯ୍ୟ ପାଇଁ ନିଷ୍ପତ୍ତି ନେଇ ସାରିଛୁ।