ପଦ୍ମ ଧରିଲେ ବାଲେଶ୍ୱର ସଦର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ
Khabar Odisha:Jivan-Pradeep-Das-joined-BJP
ଭୁବନେଶ୍ୱର, ଜାନୁଆରୀ 14 (ଖବର ଓଡିଶା) :

ପଦ୍ମ ଧରିଲେ ଜୀବନ ପ୍ରଦୀପ ଦାସ । କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ଉପସ୍ଥିତିରେ ବାଲେଶ୍ୱର ସଦର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ବିଜେପିରେ ଯୋଗ ଦେଇଛନ୍ତି । ବାଲେଶ୍ୱରର ଏକ ମିଶ୍ରଣ ଉତ୍ସବରେ ସେ ବିଜେପିରେ ସାମିଲ ହୋଇଛନ୍ତି 

ଉପନିର୍ବାଚନ ସମୟରେ ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ତାଙ୍କୁ ନଭେମ୍ବର ୫ ତାରିଖରେ ଦଳରୁ ନିଲମ୍ବିତ କରିଥିଲେ । ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ମୃତ୍ୟୁ ପରେ ଉପନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ଜୀବନ ପ୍ରଦୀପ ଲବି କରି ଶେଷ ମୁହୂର୍ତ୍ତରେ ବିଫଳ ହୋଇଥିଲେ । ତାଙ୍କୁ ଦଳ ପ୍ରାର୍ଥୀ କରି ନ ଥିବାରୁ ସେ ଦଳ ବିରୋଧୀ ଆଭିମୁଖ୍ୟ ଆପଣାଇ ବିଜେପି ପ୍ରାର୍ଥୀଙ୍କୁ ସହଯୋଗ କରିଥିବା ଅଭିଯୋଗ ହୋଇଥିଲା । ବିଜେଡି ପକ୍ଷରୁ ତାଙ୍କୁ ନିଲମ୍ବନ କରାଯାଇଥିଲା  । ଜୀବନ ପ୍ରଦୀପ ୨୦୦୦ ମସିହାରେ ବିଜେପି ଟିକେଟରେ ବାଲେଶ୍ୱର ସଦର ଆସନରେ ବିଜୟୀ ହୋଇଥିଲେ  । ଜୀବନ ପ୍ରଦୀପ ଦାସ ବାଲେଶ୍ୱର ସଦର ଆସନରୁ ୨୦୦୯ ଓ ୨୦୧୪ ମସିହାରେ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସେ ୨୦୧୯ରେ ବିଜେଡି ଟିକେଟରେ ପ୍ରାର୍ଥୀ ହୋଇଥିଲେ ମଧ୍ୟ ପରାଜିତ ହୋଇଥିଲେ  । ।

 

 

 

 



 

 

  • Tags:

Subscribe

National International State Sports Entertainment