ଭୁବନେଶ୍ୱର:ସାଧାରଣ ନିର୍ବାଚନ ସରିବାର ପାଖାପାଖି ୪ ମାସ ପରେ ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ଓଡିଶା ବିଜେପିରେ ମଧ୍ୟ ପ୍ରସ୍ତୁତି ଜାରି ରହିଛି । ଏହିକ୍ରମରେ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ରାଜ୍ୟର ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ କରାଯାଇଥିବା ବେଳେ ସହ-ନିର୍ବାଚନ ଅଧିକାରୀ ଭାବେ ୩ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି। ସେମାନେ ହେଲେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ, ଉପ ସଭାପତି ସୁକେଶି ଓରାମ ଏବଂ ସାଧାରଣ ସମ୍ପାଦକ ଯତୀନ ମହାନ୍ତି।
ଚଳିତ ମାସରେ ସଦସ୍ୟତା ଅଭିଯାନ ଶେଷ ହେବା ପରେ ସାଙ୍ଗଠନିକ ନିର୍ବାଚନ ଆରମ୍ଭ ହେବ । ବୁଥ ସଭାପତିଠୁ ଆରମ୍ଭ କରି ଜିଲ୍ଲା ସଭାପତି, ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ସଭାପତି ପଦରେ ନିର୍ବାଚନ ହେବ । ବର୍ତ୍ତମାନ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରେ ଜେପି ନଡ୍ଡା ରହିଥିବା ବେଳେ ରାଜ୍ୟ ବିଜେପି ସଭାପତି ପଦରେ ମନମୋହନ ସାମଲ ରହିଛନ୍ତି ।