ଆସନ୍ତାକାଲି ପ୍ରଥମ ପର୍ଯ୍ୟାୟ ଭୋଟ । ସେଥିପାଇଁ ଆଜିଠାରୁ ବୁଥ ଅଭିମୁଖେ ଯିବେ ପୁଲିଂପାର୍ଟି। କାଲି ମୋଟ 17ଟି ରାଜ୍ୟ ଓ 4ଟି କେନ୍ଦ୍ରଶାସିତ ଅଞ୍ଚଳର ମୋଟ 102ଟି ସିଟ୍ ପାଇଁ ଭୋଟିଂ ହେବ । ଆସନ୍ତା କଲି ପ୍ରଥମ ପର୍ଯ୍ୟୟ ଭୋଟ୍ ଥିବା ବେଳେ ଯୁବ ଭୋଟର ମାନଙ୍କ ମନରେ ବେଶ ଉତ୍ସାହ ଅଛି । ତବେ କାଲି ତାମିଲନାଡ଼ୁର ସମସ୍ତ ୩୯ ସିଟ୍, ରାଜସ୍ଥାନର ୧୨, ଉତ୍ତର ପ୍ରଦେଶର ୮, ମଧ୍ୟପ୍ରଦେଶର ୬, ଆସାମ-ମହାରାଷ୍ଟ୍ର-ଉତ୍ତରାଖଣ୍ଡର ୫ଟି ଲେଖାଏଁ ସିଟ୍ ପାଇଁ ଭୋଟ ହେବ। ସେହିପରି ପୁଡ଼ୁଚେରୀ, ଲାକ୍ଷାଦୀପ, ଜମ୍ମୁକାଶ୍ମୀର, ଆଣ୍ଡାମାନ ଓ ନିକୋବର ଦ୍ବୀପର ଗୋଟିଏ ଲେଖାଏଁ ସିଟରେ ବି ମତଦାନ ସାବ୍ୟସ୍ତ କରିବେ ଜନତା। ତା’ସହ ଛତିଶଗଡ଼ର ମାଓପ୍ରବଣ ବସ୍ତରରେ ବି ପ୍ରଥମ ପର୍ଯ୍ୟାୟରେ ଭୋଟ୍ ପଡ଼ିବ। ପ୍ରଥମ ପର୍ଯ୍ୟାୟ ବିଗ୍ ଫାଇଟରେ ଭାଗ୍ୟ ପରୀକ୍ଷା କରିବେ, ବିହାର ଜାମୁଇରୁ ଏଲଜେପି ମୁଖ୍ୟ ଚିରାଗ ପାଶୱାନ, ମଧ୍ୟପ୍ରଦେଶ ଛିନ୍ଦୱାଡାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ପୁଅ ନକୁଲ ନାଥ, କୋଏମ୍ବାଟୁରରୁ ତାମିଲନାଡୁ ବିଜେପି ମୁଖ୍ୟ କେ. ଆନ୍ନାମଲାଇ । ସେହିପରି ପ୍ରଥମ ପର୍ଯ୍ୟାୟରେ ଚେନ୍ନାଇ ସାଉଥରୁ ତେଲେଙ୍ଗାନାର ପୂର୍ବତନ ରାଜ୍ୟପାଳ ଟି. ସୁନ୍ଦରରାଜନ, ଥୁଥୁକୁଡିରୁ କାନିମୋଇ ଏବଂ କୁଚବେହାରରୁ ନିଶିଥ ପରମାଣିକଙ୍କ ଭଳି ଅନେକ ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା ହେବ।
ଅଧିକା ପଢନ୍ତୁ: ହିଞ୍ଜିଳି ସହ କଣ୍ଟାବାଞ୍ଜିରୁ ଲଢିବେ ନବୀନ