ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ। ଏହି ମହାଯୁଦ୍ଧ ପଇଁ ଗତକାଲି ପ୍ରଚାର ଲଢେଇ ଥମିଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ପୋଲିଂ ଷ୍ଟେସନ ଗୁଡିକରେ ଧିରେ ଧିରେ ଆସୁଛନ୍ତି ପୋଲିଂ କର୍ମଚାରୀ। ଆସନ୍ତାକାଲି ୧୩ଟି ରାଜ୍ୟର ୮୯ଟି ଆସନରେ ପଡ଼ିବ ଭୋଟ୍। ବିହାରର ୫ଟି, ଛତିଶଗଡ଼ର ୩ଟି, କର୍ଣ୍ଣାଟକର ୧୪ଟି, ମଧ୍ୟପ୍ରଦେଶର ୭ଟି, ଉତ୍ତରପ୍ରଦେଶର ୮ଟି, ପଶ୍ଚିମବଙ୍ଗର ୩ଟି, ମହାରାଷ୍ଟ୍ରର ୮ଟି, ରାଜସ୍ଥାନର ୧୩ଟି, ମଣିପୁରର ଗୋଟି, କେରଳର ୨୦, ତ୍ରିପୁରା ଏବଂ ଜମ୍ମୁ କଶ୍ମୀରର ଗୋଟିଏ ଲେଖାଏଁ ଆସନ ଏବଂ ଆସାମର ୫ଟି ସିଟ୍ ପାଇଁ ହେବ ମତଦାନ। ଏହି ୧୩ଟି ରାଜ୍ୟର ମତଦାତା ୧୨୦୬ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ସେମାନଙ୍କ ମଧ୍ୟରେ ରହିଛନ୍ତି ରାହୁଲ ଗାନ୍ଧୀ, ଅରୁଣ ଗୋବିଲ୍, ଶଶି ଥରୁର, ହେମାମାଳିନୀଙ୍କ ଭଳି ବହୁ ହେଭିୱେଟ୍ ନେତା। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସମସ୍ତ ରାଜ୍ୟରେ ସୁରକ୍ଷା ବଢ଼ାଇ ଦିଆଯିବା ସହ ମାଓ ଉପଦ୍ରୁତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ଫୋକସରେ ରଖାଯାଇଛି। ନିର୍ବାଚନ ପାଇଁ ପୋଲିଂ କର୍ମଚାରୀମାନେ ପୋଲିଂ ଷ୍ଟେସନ ପହଞ୍ଚିବା ଆରମ୍ଭ କରିଛନ୍ତି । ନିର୍ବାଚନ କମିଶନଙ୍କ ପକ୍ଷରୁ ସେମାନଙ୍କ ପାଇଁ ସବୁ ବ୍ୟବସ୍ଥା କରାଯାଇଛି ।
ଅଧିକା ପଢନ୍ତୁ: ସୋନପୁରରେ ନିର୍ବାଚନୀ ବିଗୁଲ ଫୁଙ୍କିବେ ଅମିତ ଶାହା