ଭୁବନେଶ୍ୱର: ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗରେ ରାଜ ରାସ୍ତାକୁ ଓହ୍ଲାଇବ ବିରୋଧୀ ଦଳ ବିଜେଡ଼ି । ଆସନ୍ତା ୧୪ ତାରିଖ ଦିନ କଟକ ଜିଲ୍ଲା ବିଜେଡି ପକ୍ଷରୁ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ଏବଂ ପୋଲିସ ଡିଜିଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯିବ ବୋଲି ବିଜେଡି ଉପସଭାପତି ପ୍ରତାପ ଜେନା ଏକ ସାମ୍ବାଦିକ ସମ୍ମିଳନୀରେ ।
ବିଜେଡ଼ି ଅଭିଯୋଗ କରିଛି ଯେ ଓଡ଼ିଶାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଯାଇଛି । ସର୍ବସାଧାରଣରେ ପୋଲିସ କର୍ମୀଙ୍କ ସହ ନିରୀହ ଲୋକଙ୍କୁ ହତ୍ୟା, ରାହାଜାନୀ, ଅରାଜକତା, ବର୍ବରତା ଦୁଷ୍କର୍ମ ଓ ଲୁଣ୍ଠନ ଆଦି ଘଟଣା ବହୁମାତ୍ରାରେ ବୃଦ୍ଧି ପାଇଛି । ବିଜେଡ଼ି ବାଲିଅନ୍ତା ବର୍ବରତା ଏବଂ ନୟାଗଡ଼ରେ ମାଫିଆଙ୍କ ଦୌରାତ୍ମ୍ୟକୁ ନେଇ ସରକାରଙ୍କୁ ଘେରିଛି । ରାଜ୍ୟରେ ଆଇନ ଶୃଙ୍ଖଳା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି । ରାଜ୍ୟର ମୁଖ୍ୟ ବିରୋଧୀ ଦଳ ହିସାବରେ ବିଜେଡି ଆସନ୍ତା ୧୪ ତାରିଖ ଦିନ କଟକ ଜିଲ୍ଲା ବିଜେଡି ପକ୍ଷରୁ ଡିଜିଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯିବ ଏବଂ ପୋଲିସ ଡିଜିଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯିବ । ତୁରନ୍ତ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ବିଜେଡି ରାଜ୍ୟବ୍ୟାପୀ ରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି ।