ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀଭାବେ ଶପଥ ଗ୍ରହଣ କରିବା ପରେ ଆତିଶୀ ପ୍ରଥମଥର ପାଇଁ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ କରିଛନ୍ତି । ଏ ନେଇ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସାମାଜିକ ଗଣମାଧ୍ୟମ ଆକାଉଣ୍ଟ ‘X’ରେ ଉଭୟଙ୍କର ଏକ ଫଟୋ ପୋଷ୍ଟ କରି ସୂଚନା ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ମାର୍ଲେନା ତାଙ୍କ ସାମାଜିକ ଗଣମାଧ୍ୟମ ଆକାଉଣ୍ଟ ‘X’ରେ ଲେଖିଛନ୍ତି, “ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆହ୍ୱାନ କରାଯାଇଛି । ଆମ ରାଜଧାନୀର କଲ୍ୟାଣ ତଥା ପ୍ରଗତି ପାଇଁ ମୁଁ କେନ୍ଦ୍ର ଏବଂ ଦିଲ୍ଲୀ ସରକାରଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ଅପେକ୍ଷା କରିଛି।"
ଅବକାରୀ ନୀତି ଘୋଟାଲାରେ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀ ମାର୍ଲେନା ମୁଖ୍ୟମନ୍ତ୍ରୀଭାବେ ଶପଥ ନେଇଥିଲେ ।