ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ରାଜ୍ୟର ସମସ୍ତ ଗାଁକୁ ଯୋଗାଇ ଦିଆଯିବ ମୋବାଇଲ ଇଣ୍ଟରନେଟ୍ ସେବା । ବର୍ତ୍ତମାନ ରାଜ୍ୟରେ ୪୭ ହଜାର ୯୦୨ ଥିବାବେଳେ ସେଥି ମଧ୍ୟ ୧୨ ହଜାର ୬୦୨ଟି 5G ଟାୱାର ଅଛି । ଅଧିକ 5G ଟାୱାର ଅପଗ୍ରେଡ କରାଯାଉଛି । ସୋମବାର ଗୃହରେ ମୋବାଇଲ ଇଣ୍ଟରନେଟ୍ ସମ୍ପର୍କିତ ପ୍ରଶ୍ନର ଉତ୍ତର ରଖି ଏହା କହିଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ।
ମନ୍ତ୍ରୀ କହିଛନ୍ତି ଯେ ଇଣ୍ଟେରନେଟ ସମସ୍ୟା ଦୂର କରିବାକୁ ଜିଲ୍ଲା ଏଡିଏମଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ ହୋଇଛି । ଟାୱାର ବସାଇବାକୁ ଜମି ଅଧିଗ୍ରହଣ ନେଇ ଏହି ଟାସ୍କ ଫୋର୍ସ କାମ କରିବ । ପାହାଡ଼ିଆ ଅଞ୍ଚଳରେ ଟାୱାର ସଂଯୋଗୀକରଣ ହୋଇପାରିନାହିଁ । କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମଙ୍କ ତଥ୍ୟକୁ ସଠିକ କହିଲେ ଆଈଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ । ମୋହନ ସରକାର ଆସିବା ପରେ ଏନେଇ ପଦକ୍ଷେପମାନ ନିଆଯାଉଛି । ପାହାଡିଆ ଅଞ୍ଚଳରେ ଖୁବଶୀଘ୍ର ମୋବାଇଲ ଓ ଇଣ୍ଟରନେଟ୍ ସେବା ମିଳିବ ବୋଲି କହିଛନ୍ତି ବିଭାଗୀୟ ମନ୍ତ୍ରୀ ।