ଭୁବନେଶ୍ୱର: ବରିଷ୍ଠ ରାଜନେତା ସମୀର ଦେଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ । ନବୀନ ତାଙ୍କ ଶୋସିଆଲ ମିଡ଼ିଆ ଆକାଉଣ୍ଟ ‘ଏକ୍ସ’ରେ ଲେଖିଛନ୍ତି, “ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଦୀର୍ଘ ସମୟ ଧରି ଲୋକଙ୍କ ସେବା ଓ ଉନ୍ନତି ଦିଗରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି”।
ସମୀର ଦେଙ୍କର ଆଜି ଅପରାହ୍ନରେ ଦେହାନ୍ତ ହୋଇଛି । କଟକର ଏକ ଘରୋଇ ମେଡ଼ିକାଲରେ ସେ ପ୍ରାଣ ତ୍ୟାଗ କରିଛନ୍ତି । ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଶେଷ କୃତ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ।
ଅଧିକ ପଢ଼ନ୍ତୁ-ଆଉ ନାହାଁନ୍ତି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ