ଭୁବନେଶ୍ୱର: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି । ଏ ନେଇ ସମ୍ବଲୁପର ଜିଲ୍ଲାପାଳ ସୂଚନା ଦେଇଛନ୍ତି ।
ପ୍ରାପ୍ତ ସୂଚନା ମୁତାବକ, କେନ୍ଦ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୧୦ ଓ ୧୧ ତାରିଖରେ ଓଡ଼ିଶା ଗସ୍ତରେ ଆସିଥାନ୍ତେ । ଏହି ସମୟରେ ସେ ସମ୍ବଲପୁରରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମରେ ଯୋଗ ଦେବାର ଥିଲା । ତେବେ ଶାହଙ୍କର ଏହି ଗସ୍ତ ସ୍ଥଗିତ ରହିଛି । କେନ୍ଦ୍ର ମନ୍ତ୍ରୀଙ୍କ ଗସ୍ତ କେଉଁ କାରଣ ପାଇଁ ବାତିଲ ହୋଇଛି ତାହାର କୌଣସି ଆନୁଷ୍ଠାନିକ ସୂଚନା ପ୍ରଦାନ କରାଯାଇ ନାହିଁ । ବର୍ତ୍ତମାନ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଲାଗି ରହିଥିବାରୁ କେନ୍ଦ୍ର ମନ୍ତ୍ରୀ ଅନେକ ଗୁରୁତ୍ୱପୂର୍ଣ୍ଣ ବେଠକରେ ବ୍ୟସ୍ତ ରହୁଛନ୍ତି । ତେଣୁ ଏହା ଏକ କାରଣ ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି ।