ଆଜି ବିଶ୍ୱ ଶ୍ରମିକ ଦିବସ:ଅନ୍ୟ ପାଇଁ ଝାଳ ବୁହାଉଥିବା ମଣିଷ ପାଇଁ ଦିନଟିଏ
Khabar Odisha:Today-is-International-Workers-Day
ଖବର ଓଡିଶା : 01/05/2023:

ଆଜି ହେଉଛି ବିଶ୍ୱ ଶ୍ରମିକ ଦିବସ । ପ୍ରତିବର୍ଷ ମେ ୧ ରେ ପାଳିତ ହେଉଛି  ଏହି ଶ୍ରମିକ ଦିବସ ।  ଅନ୍ୟ ପାଇଁ ନିଜ ଝାଳ ବୁହାଉଥିବା ମଣିଷ ପାଇଁ ଦିନଟିଏ ।  ଏହା ଯେ କେବଳ ଶ୍ରମିକ ମାନଙ୍କ ପ୍ରତି ସମ୍ମାନର ବିଷୟ ତା ନୁହେଁ ସେମାନଙ୍କର ଅଧିକାର ପ୍ରତି ଗୁରୁତ୍ୱ ଦେବା ଦରକାର । ୮ ଘଣ୍ଟା କାର୍ଯ୍ୟ ସମୟ ଦାବୀରୁ ଜନ୍ମ ନେଇଛି  ଶ୍ରମିକ ଦିବସ । ପୁଞ୍ଜିବାଦୀ ବ୍ୟବସ୍ଥା ବିରୋଧରେ ବିଶ୍ୱ ଶ୍ରମଜୀବୀ ସମୁଦାୟର ଏହା ଥିଲା ପ୍ରଥମ ରାଜନୈତିକ ସଂଗ୍ରାମ । ୧୮୮୪ ମସିହାଠାରୁ ଏହି ଦାବୀ ନେଇ ଧାରାବାହିକ ଆନ୍ଦୋଳନ ଆମେରିକାରେ ଚାଲିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଆନ୍ଦୋଳନର ସୂତ୍ରପାତ ହୋଇଥଲେ ହେଁ ବିଶ୍ୱର ସମସ୍ତ ସ୍ୱାଧୀନ ଓ ପରାଧୀନ ଦେଶର ଶ୍ରମଜୀବୀମାନଙ୍କୁ ଏହା ପ୍ରଭାବିତ କରିଥଲା । ଯୁକ୍ତରାଷ୍ଟ୍ର ଆମେରିକାର ବାଲ୍ଲିମୋର ସହରରେ ଷାଠିଏଟି ୟୁନିୟନର ପ୍ରତିନିଧିମାନେ ଏକତ୍ରିତ ହୋଇ ଆଠଘଣ୍ଟା ଶ୍ରମ ଦିବସ ପାଇଁ ଆଇନ ପ୍ରଣୟନ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ   । ନ୍ୟାସନାଲ ଲେବର ୟୁନିୟନ ମଧ ପୁଞ୍ଜିବାଦୀ ଦାସତ୍ୱରୁ ଶ୍ରମଜୀବୀମାନଙ୍କୁ ମୁକ୍ତ କରାଇବା ପାଇଁ ଲକ୍ଷ୍ୟ ରଖିଥିଲେ   । ୧୮୬୮ରେ ଯୁକ୍ତରାଷ୍ଟ୍ର ଆମେରିକାର କଂଗ୍ରେସ ଆଠଘଣ୍ଟା ଶ୍ରମଦିବସକୁ ଗ୍ରହଣ କରିଥଲା । ପ୍ରଥମ ଆନ୍ତର୍ଜାତିକର ଜେନିଭା ଅଧିବେଶନ ମଧ୍ୟ ଉକ୍ତ ପ୍ରସ୍ତାବକୁ ଗ୍ରହଣ କରିଥଲା । ଏହା ପରଠାରୁ ପ୍ରତି ଶ୍ରମିକ ମାନଙ୍କୁ ସମ୍ମାନୀତ କରିବା ସହ ସେମାନଙ୍କ କାମକୁ ସମ୍ମାନ ଦେବା ଲକ୍ଷ ନେଇ ୮୦ରୁ ଅଧିକ ଦେଶରେ ପ୍ରତିବର୍ଷ ମେ ଏକ ତାରିଖକୁ  ଶ୍ରମିକ ଦିବସ ରୂପେ ପାଳିତ ହେଉଛି । 

ଆଜି ଶ୍ରମିକ ଦିବସ ଅବସରରେ ରାଜ୍ୟ ସରକାରଙ୍କ ଶ୍ରମ ବିଭାଗ ତରଫରୁ ଭୁବନେଶ୍ବର ଜୟଦେବ ଭବନରେ ରାଜ୍ୟସ୍ତରୀୟ ସମାରୋହ ପାଳନ କରାଯାଉଛି । ମଇ ଦିବସର ଅବସରରେ ରାଜ୍ୟର ପ୍ରଗତିରେ ଶ୍ରମିକ ଭାଇଭଉଣୀ ମାନଙ୍କ ଅମୂଲ୍ୟ ଯୋଗଦାନକୁ ସମ୍ମାନ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଛନ୍ତି । ଏହି ଅବସରରେ 5T ଉପକ୍ରମରେ ଶ୍ରମିକ ମାନଙ୍କ ପାଇଁ ନୂତନ ପ୍ରଯୁକ୍ତି ସେବାର ଶୁଭାରମ୍ଭ କରାଯିବ । ଯେଉଁଥିରେ ଓଡିଶାର ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡର ଓ୍ବେବସାଇଟ ଓ ଅନଲାଇନ ପୋର୍ଟାଲ ଉନ୍ମୋଚିତ ହେବ ।

Subscribe

National International State Sports Entertainment