ଅଷ୍ଟ୍ରେଲିଆ ଓପନରେ ରନର୍ସଅପ୍‌ ସହ ଟେନିସରୁ ବିଦାୟ ନେଲେ ସାନିଆ ମିର୍ଜା
Khabar Odisha:Australian-Open-Sania-Mirza-bids-adieu-to-Grand-Slam-career-as-runner-up-in-Melbourne
ଖବର ଓଡିଶା : 27/01/2023:

ଶେଷ ହୋଇଛି ସାନିଆ ମିର୍ଜାଙ୍କ ଟେନିସ କ୍ୟାରିୟର । ଏଥିସହ ସେ ଅଷ୍ଟ୍ରେଲିଆ ଓପନରେ ରନର୍ସଅପ୍‌ ସହ ନିଜ ଟେନିସ କ୍ୟାରିୟରକୁ ଅଲବିଦା କହିଛନ୍ତି। ୬ଟି ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଥିବା ସାନିଆ ଅଷ୍ଟ୍ରେଲିଆ ଓପନର ମିକ୍ସଡ ଡବଲ୍ସ ଫାଇନାଲରେ ପ୍ରବେଶ କରିଥିଲେ ହେଲେ ନିଜର ଶେଷ ଗ୍ଲାଣ୍ଡସ୍ଲାମ ଖେଳୁଥିବା ସାନିଆଙ୍କୁ ଫାଇନାଲରେ ପରାସ୍ତ ହେବାକୁ ପଡ଼ିଛି ।ଅନ୍ୟତମ ଭାରତୀୟ ଷ୍ଟାର ରୋହନ ବୋପାନ୍ନାଙ୍କୁ ସାଥୀ କରି ସାନିଆ ଅଷ୍ଟ୍ରେଲିଆ ଓପନରେ ନିଜର ଦମ ଦେଖାଇଥିଲେ। ତେବେ ଫାଇନାଲ ମ୍ୟାଚ୍‌ରେ ଏହି ଭାରତୀୟ ଯୋଡ଼ିଙ୍କୁ ପରାସ୍ତ ହେବାକୁ ପଡ଼ିଛି। ବ୍ରାଜିଲର ଲୁଇସା ଷ୍ଟେଫାନି ଓ ରାଫେଲ ମାଟାଓସ ‍ଫାଇନାଲ ମ୍ୟାଚ୍‌ରେ ସାନିଆ-ବୋପାନ୍ନା ଯୋଡ଼ିଙ୍କୁ ପରାସ୍ତ କରିଛନ୍ତି। ଭାରତୀୟ ଯୋଡ଼ି ପ୍ରଥମ ସେଟ୍‌ରେ ଦମଦାର ପ୍ରଦର୍ଶନ କରିଥିଲେ ମଧ୍ୟ ୬-୭ ରେ ହାରିଥିଲେ। ସେହିପରି ଦ୍ୱିତୀୟ ସେଟକୁ ଷ୍ଟେଫାନି ଓ ରାଫେଲ ଯୋଡ଼ି ୬-୨ରେ ବାଜିମାତ କରିଥିଲେ।ଏହି ପରାଜୟ ସହ ସାନିଆ ଓ ବୋପାନ୍ନାଙ୍କୁ ରନର୍ସଅପରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ପୂର୍ବରୁ ସାନିଆ ଅଷ୍ଟ୍ରେଲିଆ ଓପନ ପରେ ଅବସର ନେବେ ବୋଲି ଘୋଷଣା କରିଥିଲେ। ସେହି ଅନୁସାରେ ସେ ମ୍ୟାଚ୍‌ ସରିବା ପରେ ସମସ୍ତଙ୍କୁ କୃତଜ୍ଞତା ଜଣାଇ ଟେନିସକୁ ଅଲବିଦା କହିଛନ୍ତି। ସାନିଆ ନିଜର ବିଦାୟୀ ଭାଷଣରେ କାନ୍ଦି ପକାଇଥିଲେ। ସେ କହିଥିଲେ ଯେ “ରୋହନ ହେଉଛନ୍ତି ତାଙ୍କର  ପ୍ରଥମ ମିକ୍ସଡ ଡବଲ୍ସ ପାର୍ଟନର। ମାତ୍ର ୧୪ ବର୍ଷ ବୟସରେ ଦୁହେଁ  ଏକାଠି ଖେଳି ଟୁର୍ଣ୍ଣାମେଣ୍ଟ ଜିତିଥିଲେ । ତାଙ୍କ ସହ କ୍ୟାରିୟରର ଶେଷ ମ୍ୟାଚ୍‌ ଖେଳିବା ସହ ଫାଇନାଲରେ ସେ ପ୍ରବେଶ କରିଥିଲେ ବୋଲି କହିଛନ୍ତି । ଏପରି ଭାବବିହ୍ୱଳ ଭାଷଣ ସହ ସାନିଆ ବିଦାୟ ନେଇଛନ୍ତି | 

Subscribe

National International State Sports Entertainment