ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ ସୂଚନା । ଅଗଷ୍ଟ ୯ରେ ୧ କୋଟି ୨ ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି । ୧ ଲକ୍ଷ ୮୮ ହଜାର ବଞ୍ଚିତ ହିତାଧିକାରୀଙ୍କ ପାଇଁ ପର୍ଯ୍ୟାୟ କ୍ରମେ ବ୍ୟବସ୍ଥା ହେବ । ଯୋଗ୍ୟ ହେଲେ ଅଗଷ୍ଟ ୯ ତାରିଖରେ ମିଳିବ ସୁଭଦ୍ରା କିସ୍ତି । ବଳକା ହିତାଧିକାରୀ ଯୋଗ୍ୟ ହେଲେ ମାର୍ଚ୍ଚ ୮ରେ ସମସ୍ତ କିସ୍ତିର ଅର୍ଥ ପାଇବେ । ଜିରୋ ଇନକମ୍ ଟ୍ୟାକ୍ସ ଦେଉଥିବେ, ୨.୫ ଲକ୍ଷରୁ ଊର୍ଦ୍ଧ୍ବ ରୋଜଗାର ଥିଲେ ସୁଭଦ୍ରା ମିଳିବନି ।
କୋଟିଆରେ ଘରେ ଘରେ ସୁଭଦ୍ରା ଟଙ୍କା ପହଞ୍ଚିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି । ଏହା ପୂର୍ବରୁ କୋଟିଆ ଯାଇ ସୁଭଦ୍ରା ଏନ୍ରୋଲ୍ମେଣ୍ଟ ଚେକ୍ କରିବେ । ଅଗଷ୍ଟ ୯ କିସ୍ତି ମୁଖ୍ୟମନ୍ତ୍ରୀ କୋରାପୁଟ ଜୟପୁର ଗସ୍ତ କରି ପ୍ରଦାନ କରିବେ ।
ଉପମୁଖ୍ୟମନ୍ତ୍ରୀଙ୍କ ଏହି ସୂଚନା ପରେ ଏବେ ପୁଣି ଥରେ ସୁଭଦ୍ରା ଯୋଜନା ଆବେଦନକାରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ।