ଖଲ୍ଲିକୋଟ: ତାରଣୀ ଦର୍ଶନ ସାରି ଫେରୁଥିବା ସମୟରେ ଘଟିଲା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଖଲ୍ଲିକୋଟ ଥାନା ନାରାୟଣି ଛକରେ ଡିଭାଇଡର୍ରେ ପିଟିହେଲା କାର୍ । ଫଳରେ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହେବା ସହିତ ୮ ଜଣ ଗୁରୁତର ହୋଇଛନ୍ତି । ମୃତକ ହେଉଛନ୍ତି ନାର୍ଷିମ ରେଡ୍ଡୀ । ଗୁରୁତରଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି ।
ସୂଚନା ଅନୁସାରେ, ବ୍ରହ୍ମପୁର ଅଙ୍କୁଲି ଅଞ୍ଚଳର କିଛି ଲୋକ କାରରେ ଘଟଗାଁ ତାରଣୀ ଦର୍ଶନ ସାରି ଫେରୁଥିଲେ । ଏହି ସମୟରେ ଖଲ୍ଲିକୋଟ ଥାନା ନାରାୟଣି ଛକରେ ଡିଭାଇଡର୍ ସହ ପିଟି ହୋଇଥଲା । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହେବା ସହିତ ୮ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କ ମଧ୍ୟରୁ ୫ ନାବାଳିକା ଥିଲେ । ଗୁରୁତରଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ପ୍ରାଥମିକ ଚିକିତ୍ସା ପାଇଁ ଏକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ସମସ୍ତଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣାରେ ଗାଡିଟି ସମ୍ପୂର୍ଣ୍ଣ ଭାଙ୍ଗି ନଷ୍ଟ ହୋଇଯାଇଛି । ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି ।