ରାଜ୍ୟରେ ଗତ ୨୪ ଘଣ୍ଟାରେ ବାହାରିଲେ ୧୫ କରୋନା ପଜିଟିଭ୍ ଭୁବନେଶ୍ୱର, ମେ ୨୨(ଖବର ଓଡିଶା): Share story: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ରହିଛନ୍ତି ସ୍ଥାନୀୟ ସଂକ୍ରମିତ । ଆଜି ବାଲେଶ୍ୱର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି । ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୦୮୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୬୨୭୬୧୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଖବର ଓଡ଼ିଶା, Reporter, 21/05/2022