ରାଜ୍ୟରେ ଦ୍ରୁତ ଗତିରେ ବଢିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫ ଜଣ କ୍ୱାରେଣ୍ଟାଇନରୁ ରହିଥିବା ବେଳେ ୬୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୨୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୬୦୨ ଜଣଙ୍କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।
ବାଲେଶ୍ୱରରୁ ୮, ଭଦ୍ରକରୁ ୩, କଟକରୁ ୩୨, ଜଗତସିଂହପୁରରୁ ୩, ଯାଜପୁରରୁ ୨, ଝାରସୁଗୁଡାରୁ ୩, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୬୦, ମୟୂରଭଞ୍ଜରୁ ୧, ନୂଆପଡାରୁ ୧, ପୁରୀରୁ ୫, ରାୟଗଡାରୁ ୫, ସମ୍ବଲପୁରରୁ ୧, ସୋନପୁରରୁ ୮, ସୁନ୍ଦରଗଡରୁ ୧୩ ଓ ଷ୍ଟେଟ ପୁଲରପ ୧୫ ଜଣ ରହିଛନ୍ତି ।
ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୭୯୪ଜଣ ସୁସ୍ଥ ହୋଇଛନ୍ତି ।