ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଜି ପବିତ୍ର ବନକଲାଗି ନୀତି ଯୋଗୁଁ ଶ୍ରଦ୍ଧାଳୁଙ୍କ ପାଇଁ ସାଧାରଣ ଦର୍ଶନ ଚାରି ଘଣ୍ଟା ପାଇଁ ବନ୍ଦ ରହିବ। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି। ବୁଧବାର ଚୈତ୍ର:କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଭକ୍ତଙ୍କ ଲାଗି ସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଜାରି କରାଯାଇଛି ।
Read More >