ଭଦ୍ରକ: ଭଦ୍ରକ ଜିଲ୍ଲା ହଳଦୀଡିହରେ ବାଣ ବିସ୍ଫୋରଣ ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଛି । କଟକ ଏସସିବି ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ନାବାଳକ ରହିଛି । ସେମାନେ ହେଲେ ଏସ୍କେ ମୁସାରଫ୍ (୧୨) ଓ ରାତୋ ବିବି(୪୦)।
ସୂଚନା ଅନୁସାରେ ଭଦ୍ରକ-ଚାନ୍ଦବାଲି ରାସ୍ତାର ହଳଦୀଡିହରେ ଆଜି ଏକ ବାଣ ଗୋଦାମରେ ହଠାତ୍ ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଘରର ଛାତ ଉଡ଼ିଯାଇଥିଲା । ଫଳରେ ୭ ଜଣ ଲୋକ ଗୁରୁତର ଆହତ ହୋଇଥିଲେ । ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବାବେଳେ ଏସ୍କେ ମୁସାରଫ୍ ଓ ରାତୋ ବିବିଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା । ତେବେ ସେଠାରେ ଚିକିତ୍ସିତ ଅବସ୍ଥାରେ ଦୁଇ ଜଣ ପ୍ରାଣ ହରାଇଛନ୍ତି । ବିସ୍ଫୋରଣର ପ୍ରକୃତ କାରଣ ଜଣାପଡ଼ି ନ ଥିବାବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି ।