ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଆସିଛି ଖୁସି ଖବର । ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୮ ପ୍ରତିଶତରୁ ୬୦ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୨୦୨୬ ଜାନୁଆରୀ ପହିଲାରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ମେ ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍ସନ ଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ମେ ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ରାଜ୍ୟରେ ପ୍ରାୟ ସାଢ଼େ ୮ ଲକ୍ଷ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।