ଅପରାହ୍ନ ସୁଦ୍ଧା ୪୪ଟି ବ୍ଲକ୍, ୨୪୩ଟି ଗ୍ରାମ ପଞ୍ଚାୟତ ଏବଂ ୭୪୮ଟି ଗ୍ରାମ ବନ୍ୟା ପ୍ରଭାବରେ ରହିଛି । ଏହା ବ୍ୟତୀତ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ମାଲକାନଗିରି ଜିଲ୍ଲାର କେତେକ ଅଞ୍ଚଳ ମଧ୍ୟ ବର୍ଷା ଯୋଗୁଁ ପ୍ରଭାବିତ ହୋଇଛି । ଏଥିପାଇଁ ଚବିଶ ଘଣ୍ଟିଆ ସେବା ଯୋଗାଇ ଦେବା ସହିତ ପ୍ରତ୍ୟେକ ନାଗରିକଙ୍କ ସୁରକ୍ଷା ଓ କଲ୍ୟାଣ ସୁନିଶ୍ଚିତ କରିବା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟ ଜାରି ରଖିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି ।
Read More >