ସୁନ୍ଦରଗଡ଼ରେ ସ୍କ୍ରବ ଟାଇଫସ ରୋଗରେ ପୁଣି ୪ ଆକ୍ରାନ୍ତ ଚିହ୍ନଟ। ଏହାକୁ ମିଶାଇ ସୁନ୍ଦରଗଡରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୩୦୮ରେ ପହଞ୍ଚିଛି। ସେହିପରି ବରଗଡ଼ରେ ୨ ଦିନ ତଳେ ଜଣଙ୍କର ମୃତ୍ୟୁ ହୋଇଥିଲା। ବରଗଡ଼ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି। ମୃତ ବ୍ୟକ୍ତି ଜଣକ ସୋହେଲା ଅଞ୍ଚଳର ଥିବାବେଳେ ତାଙ୍କ ବୟସ ୪୮ ବୋଲି ଜଣାପଡିଥିଲା। ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କର ମୃତ୍ୟୁ ହୋଇଛି। ଜିଲ୍ଲାରେ ସ୍କ୍ରବ ଟାଇଫସ ସ୍ଥିତି ସମ୍ପର୍କରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସହ ଏନେଇ ଆଲୋଚନା କରିଛନ୍ତି ତଦନ୍ତକାରୀ ଟିମ୍।
ସୂଚନା ମୁତାବକ , ସୁନ୍ଦରଗଡ଼ରେ ଚିନ୍ତା ବଢ଼ାଇଛି ସ୍କ୍ରବ ଟାଇଫସ୍। ୨୪ ଘଣ୍ଟାରେ ପୁଣି ୪ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍କ୍ରବ ଟାଇଫସରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ହେତୁ ସେପଟେ ସୁନ୍ଦରଗଡ଼ରେ ପହଞ୍ଚି ସ୍କ୍ରବ ଟାଇଫସର ସ୍ଥିତି ଅନୁଧ୍ୟାନ କରିଛନ୍ତି କେନ୍ଦ୍ରୀୟ ଟିମ୍। ଜିଲ୍ଲାରେ ସ୍କ୍ରବ ଟାଇଫସ ସ୍ଥିତି ସମ୍ପର୍କରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସହ ଏନେଇ ଆଲୋଚନା କରିଛନ୍ତି ତଦନ୍ତକାରୀ ଟିମ୍। ସ୍ୱାସ୍ଥ୍ୟ ବିଭାଗ ଏନେଇ ସଚେତନ ରହି ଦୃଢ ଭାବରେ ଲଢିବାପାଇଁ ପରାମର୍ଶ ଦେଇଛନ୍ତି। ଏହି ରୋଗ କେବଳ ସୁନ୍ଦରଗଡ଼ ନୁହେଁ ବଲାଙ୍ଗିର ଏବଂ ବରଗଡ଼ରେ ମଧ୍ୟ ଆତଙ୍କ ଖେଳାଉଛି। ପଶ୍ଚିମ ଓଡିଶା ପରେ ଦକ୍ଷିଣ ଓଡିଶାର କୋରାପୁଟ ଜିଲ୍ଲାରେ ସ୍କ୍ରବ୍ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ।
ଅଧିକ ପଢନ୍ତୁ ; ବରଗଡ଼ରେ ସ୍କ୍ରବ ଟାଇଫସରେ ଏବେ ଆଉ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଛି।