ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୪୧ ଛାତ୍ରୀ ପଜିଟିଭ, ସମସ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରାୟଗଡା , ଅଗଷ୍ଟ 5(ଖବର ଓଡ଼ିଶା): Share story: ରାୟଗଡା ଜିଲ୍ଲା ଚନ୍ଦ୍ରପୁର ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୪୧ ଜଣ ଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସମସ୍ତ ୪୧ ଜଣଙ୍କୁ ଆଇସୋଲେସନରେ ରଖାଯାଇଥିବା ବେଳେ ସମସ୍ତଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ରହିଥିବା ଜଣାପଡିଛି । ଆଜି ହଷ୍ଟେଲରେ ଥିବା ଅନ୍ୟ ଛାତ୍ରୀମାନଙ୍କ କରୋନା ଟେଷ୍ଟ କରାଯିବ ବୋଲି ସୁଚନା ମିଳିଛି । ସୁଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୪୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୯ ଜଣ ସଂକ୍ରମିତ ରହିଛନ୍ତି । ଖବର ଓଡ଼ିଶା, Reporter, 04/08/2022