ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା ଫଳରେ ବଢୁଛି ହୀରାକୁଦର ଜଳସ୍ତର। ମୋଟ୍ ୬ଟି ଗେଟ୍ ଦେଇ ହେଉଛି ଜଳ ନିସ୍କାସନ। ଡ୍ୟାମ୍ ର ଜଳସ୍ତର ବଢ଼ୁଥିବାରୁ ଆଜି (ମଙ୍ଗଳବାର)୬ଟି ଗେଟ୍ ଖୋଲାଯାଇଛି। ପ୍ରଥମେ ୨ଟି ଓ ପରେ ୪ଟି ଗେଟ୍ ପର୍ଯ୍ୟାୟ କ୍ରମେ ଖୋଲିଛି।
ସେପଟେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଚା ମଧ୍ୟରେ ଅଧିକ ଘନୀଭୂତ ହେବ। ପରବର୍ତ୍ତୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟଦେଇ ଗତି କରିବା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଅନ୍ୟପଟେ ରାଜ୍ୟର କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ ବୋଲି କହିଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ। ଆଜି ରେକର୍ଡ ହୋଇଥିବା ବର୍ଷା କାରଣରୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବ । ଏହା ସ୍ପଷ୍ଟ କରିଛନ୍ତି ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ।