ଭୁବନେଶ୍ୱର: ଆଜି ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ ଅଧୀନରେ ୮୦୦ ଜଣ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଆରମ୍ଭ କରିଛନ୍ତି । ଭୁବନେଶ୍ୱର ନୂଆ ରେଳଷ୍ଟେସନ୍ରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପତାକା ଦେଖାଇ ସ୍ୱତନ୍ତ୍ର ଟ୍ରେନ୍ର ଶୁଭାରମ୍ଭ କରିଛନ୍ତି । ବରିଷ୍ଠ ନାଗରିକମାନେ ବାରଣାସୀ ଓ ଅଯୋଧ୍ୟା ରାମ ମନ୍ଦିର ଦର୍ଶନ କରିବେ । ବରିଷ୍ଠ ନାଗରିକମାନଙ୍କ ଆଧ୍ୟାତ୍ମିକ ଆକାଂକ୍ଷା ପୂରଣ ଦିଗରେ ଏହା ଏକ ପ୍ରଶଂସନୀୟ ପ୍ରୟାସ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।
ଏହି ଅବସରରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା, ପର୍ଯ୍ୟଟନ ବିଭାଗର କମିଶନର ତଥା ଶାସନ ସଚିବ ବଲୱନ୍ତ ସିଂହ, ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ର, ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜ ଏବଂ ଅନ୍ୟ ପ୍ରମୁଖ ବ୍ୟକ୍ତିଗଣ ଉପସ୍ଥିତ ଥିଲେ ।