ଓଡ଼ିଶା ପାଇଁ ଆଶ୍ୱସ୍ତି, ରାଜ୍ୟରେ ସୁସ୍ଥ ହେଲେ ଆଉ ୮୦ କରୋନା ଆକ୍ରାନ୍ତ
Khabar Odisha:80more-Corona-pateint-cured
ଭୁବନେଶ୍ୱର, ଜୁନ ୨ ( ଖବର ଓଡ଼ିଶା):

 ଓଡ଼ିଶା ପାଇଁ ପୁଣି ଖୁସି ଖବର। ରାଜ୍ୟରେ ପୁଣି କରୋନାରୁ ସୁସ୍ଥ ହେଲେ ୮୦ ଆକ୍ରାନ୍ତ ।

ରାଜ୍ୟରେ ପ୍ରତିଦିନ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ କରାଯାଉଛି  । ଏହାରି  ମଧ୍ୟରେ ଆଜି ୧୪ ଜିଲ୍ଲାରୁ  ୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।  ୮୦ ସୁସ୍ଥଙ୍କ ମଧ୍ୟରୁ ପୁରୀରୁ ୧୭, କେନ୍ଦ୍ରାପଡ଼ାରୁ ୧୬, ମାଲକାନଗିରିରୁ ୧୬, କଟକରୁ ୭, ନୟାଗଡ଼ରୁ ୩, ସୋନପୁରରୁ ୩ ସୁନ୍ଦରଗଡ଼ରୁ ୩, ଝାରସୁଗୁଡ଼ାରୁ ୩ ଏବଂ କେନ୍ଦୁଝରରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ଗଞ୍ଜାମ, କନ୍ଧମାଳ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନାରୁ ସୁସ୍ଥ ହୋଇଥିବାବେଳେ ବଲାଙ୍ଗୀର, ଜଗତସିଂହପୁର ଏବଂ ନବରଙ୍ଗପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ।

ତେବେ ରାଜ୍ୟରେ ଏହି ନୂଆ ୮୦ ଜଣ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ଏବେ ସୁସ୍ଥଙ୍କ ସଂଖ୍ୟା ୧୩୨୫କୁ ବୃଦ୍ଧି ପାଇଛି ।

  • Tags:

Subscribe

National International State Sports Entertainment