ଭୁବନେଶ୍ଵର: ରାଜ୍ୟରେ ମୋଟ ୯୧୩ଟି ନବନିର୍ମିତ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମହିଳା ଓ ଶିଶୁ ବିକାଶ ସମ୍ମିଳନୀ କକ୍ଷଠାରେ ଆଭାସୀ ମାଧ୍ୟମରେ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ଉଦଘାଟନ କରିଛନ୍ତି । ଏହି ନୂତନ ଅଙ୍ଗନୱାଡ଼ି କେନ୍ଦ୍ରଗୁଡ଼ିକ ନିଜସ୍ୱ ଘର ପାଇବା ସହିତ ନୂଆ ପରିଚୟ ପାଇଛନ୍ତି। ସଶକ୍ତ ଅଙ୍ଗନୱାଡ଼ି, ସଶକ୍ତ ଭବିଷ୍ୟତର ପ୍ରତୀକ ଉଦ୍ଦେଶ୍ୟ ନେଇ ଆଜିର ଦିନ ମାଇଲଖୁଣ୍ଟ ସାଜିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।
ଅଧିକ ପଢ଼ନ୍ତୁ:- ଶେଷ ହେଲା ସର୍ବଦଳୀୟ ବୈଠକ, ସହଯୋଗ ଲୋଡ଼ିଲେ ବାଚସ୍ପତି
ଉଦଘାଟିତ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟରେ ରହିଛି, ଅନୁଗୁଳର ୩୫ ଟି, ବାଲେଶ୍ୱରର ୭୭, ବରଗଡ଼ର ୪୪ଟି, ଭଦ୍ରକର ୩୪ଟି, ବଲାଙ୍ଗୀରର ୨୩ଟି, ବୌଦ୍ଧର ୧୧ଟି, କଟକର ୨୬ଟି, ଦେବଗଡ଼ର ୫ଟି, ଢେଙ୍କାନାଳର ୧୮ଟି, ଗଜପତିର ୧୪ଟି, ଗଞ୍ଜାମର ୭୨ଟି, ଜଗତସିଂହପୁରର ୩୭ଟି, ଯାଜପୁରର ୧୯ଟି, ଝାରସୁଗୁଡ଼ାର ୧୮ଟି, କଳାହାଣ୍ଡିର ୯୦ଟି, କନ୍ଧମାଳର ୨୨ଟି, କେନ୍ଦ୍ରାପଡ଼ାର ୨୨ଟି, କେନ୍ଦ୍ରାପଡ଼ାର ୧୭ଟି, କେନ୍ଦୁଝରର ୧୮ଟି, ଖୋର୍ଦ୍ଧାର ୬୧ଟି, କୋରାପୁଟର ୩୪ଟି, ମାଲକାନଗିରିର ୮ଟି, ମୟୂରଭଞ୍ଜର ୭ଟି, ନବରଙ୍ଗପୁରର ୨୬ଟି, ନୟାଗଡ଼ର ୫୬ଟି, ନୂଆପଡ଼ାର ୧୦ଟି, ପୁରୀର ୬୮ଟି, ରାୟଗଡ଼ାର ୧୮ଟି, ସମ୍ବଲପୁରର ୧୨ଟି, ସୁବର୍ଣ୍ଣପୁରର ୧୬ଟି ଓ ସୁନ୍ଦରଗଡ଼ର ୧୭ଟି ନୂଆ ଅଙ୍ଗନୱାଡି କେନ୍ଦ୍ର ।
ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ଯୋଗ ଆଭାସୀ ମାଧ୍ୟମରେ ଆଭାସୀ ମାଧ୍ୟମରେ ସମ୍ବଲପୁରରୁ ଯୋଗ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ପଞ୍ଚାୟତିରାଜ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗର ବରିଷ୍ଠ ଅଧିକାରୀଗଣ ଏବଂ ଆଭାସୀ ମାଧ୍ୟମରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଓ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀମାନେ ଯୋଗଦେଇଥିଲେ।