ଆଜି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ହେବ ଏକ ଘୂର୍ଣ୍ଣିବଳୟ ସୃଷ୍ଟି, ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ ଭୁବନେଶ୍ୱର ,ସେପ୍ଟେମ୍ବର ୦୭ (ଖବର ଓଡ଼ିଶା): Share story: ଆଜି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କେନ୍ଦ୍ର ସୃଷ୍ଟି ହେବା ନେଇ ଆକଳନ କରାଯାଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ପୁରୀ, କୋରାପୁଟ, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ଖୋର୍ଧା, ଭଦ୍ରକ, ଯାଜପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଖବର ଓଡ଼ିଶା, Reporter, 07/09/2022