ନୂଆଦିଲ୍ଲୀ : ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଫେଞ୍ଜଲ’ ।ଆସନ୍ତାକାଲି ଅପରାହ୍ନ ସୁଦ୍ଧା ତାମିଲନାଡୁ-ପୁଡୁଚେରୀ ଉପକୂଳ ଛୁଇଁବ।ଉପକୂଳ ଛୁଇଁବା ବେଳେ ପବନର ବେଗ ୭୦ରୁ ୮୦ କିମି ସମ୍ଭାବନା ରହିଛି। ଘଣ୍ଟାପ୍ରତି ୧୩ କିମି ବେଗରେ ମାଡି ଆସୁଛି ବାତ୍ୟା।
ବାତ୍ୟା 'ଫେଞ୍ଜଲ' ପ୍ରଭାବରେ ତାମିଲନାଡ଼ୁ ଓ ପୁଡ଼ୁଚେରୀ ଉପକୂଳରେ ପ୍ରବଳ ବର୍ଷା ହେବା ସହ ପବନ ହେଉଛି। ତାମିଲନାଡୁର କୁଡାଲୋର, କରାଇକାଲ, ଆଥିରାମପାଟ୍ଟିନମ୍, ପାରଙ୍ଗିପେଟ୍ଟାଇ, ମୀନାମ୍ବକମ୍ ସମେତ ତାମିଲନାଡୁର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେଉଛି।
ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।
ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ ବୋଲି ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ । ହେଲେ ଏହାର ପ୍ରଭାବରେ ରାଜ୍ୟର ପାଗ କୋହଲା ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା । ଏହି ସବୁ ଜିଲ୍ଲା ଗୁଡିକର କିଛି କିଛି ଅଂଚଳମାନଙ୍କରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଆକଳନ କରିଛି।