ରାଜ୍ୟରେ ବର୍ଷାର ଦେଖାନାହିଁ କିନ୍ତୁ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହା ରାଜ୍ୟବାସୀଙ୍କ ଚିନ୍ତାର କାରଣ ପାଲଟିଛି । ଚଳିତ ବର୍ଷ ରାଜ୍ୟରେ ୪୮୮ ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରେ ୧୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହା ସର୍ବାଧିକ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟର ଗନ୍ତାଘର ପାଲଟିଛି । ଏନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ରଙ୍କ ସୂଚନା ଦେଇଛନ୍ତି । ମୋଟ ୩୫ ହଜାର ୪୭୦ ଟେଷ୍ଟିଂରୁ ୪୮୮ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ବୁଧବାର ୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମଶା ବଂଶ ବୃଦ୍ଧିକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି କଟକରେ ମଧ୍ୟ ଡେଙ୍ଗୁରେ ରୋକ ଲଗାଇବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଡେଙ୍ଗୁ ଏବେ ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି । ଡେଙ୍ଗୁ ବ୍ୟାପିବାରେ ରୋକ ଲଗାଇବା ପାଇଁ ଡେଙ୍ଗୁ ସଚେତନତା ରଥ ଭଳି ବିକଳ୍ପ ପନ୍ଥା ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଇଛି ।