ଟ୍ରକ ସହ ଧକ୍କା ହେଲା ଟ୍ରକ । ଏହି ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ । ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ୧୬ ନଂ ଜାତୀୟ ରାଜପଥ ବେଲପଡା ଛକ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ । ଏହି ଦୁର୍ଘଟଣା ଯୋଗୁ ଘଟଣା ସ୍ଥଳରେ ହେଲପରଙ୍କ ମୃତ୍ୟୁ ହୋଇଥିଲାବେଳେ ଟ୍ରକ ଡ୍ରାଇଭରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହୋଇଯାଇଛି ।
ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ୧୬ ନଂ ଜାତୀୟ ରାଜପଥ ବେଲପଡା ଛକ ନିକଟରେ ଏକ ମାଲ ବୋଝେଇ ଟ୍ରକ ଛିଡ଼ା ହୋଇଥିଲା। ଗୁରୁବାର ଭୋରୁ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଦ୍ରୁତ ଗତିରେ ଅନ୍ୟ ଏକ ଟ୍ରକ ଯାଉଥିବାବେଳେ ଛିଡା ହୋଇଥିବା ଟ୍ରକକୁ ଧକ୍କା ଦେଇଥିଲା । ଯାହାଫଳରେ ଏଭଳି ଦୁର୍ଘଟଣା ଘଟିଥିଲା । ଏହା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଜଣାଇଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଉଦ୍ଧାର କରିବା ସହ ଗୁରୁତର ବ୍ୟକ୍ତିଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ପଠାଇଛନ୍ତି।