ଭୁବନେଶ୍ୱର : ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ। ଆଗାମୀ ୨୪ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଅବପାତ ସମ୍ଭାବନା । ଲଘୁଚାପ କ୍ଷେତ୍ର ଆଜି ଦିନ ୨ଟା ୩୦ ମିନିଟ୍ ସମୟରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ଭାବେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ -ଉତ୍ତରଓଡିଶା ଉପକୂଳରେ ସକ୍ରିୟ ରହିଥିବା ପାଣିପାଗ ବିଭାଗ ସୂଚନା ଜାରି କରିଛି।
ସେହିପରି ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର ୪ ଜିଲ୍ଲାରେ ଭୀଷଣ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହାସହ ବାକି ସବୁ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି ।