ଅନୁଗୁଳ: ଅନୁଗୁଳ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ବାଇକ୍ ଗଛକୁ ପିଟିଲା । ଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ୨ ଜଣ ଆଠଗଡ଼ ତିଗିରିଆର ଅଞ୍ଚଳର ବୋଲି ଜଣାପଡିଛି ।
ସୂଚନା ଅନୁସାରେ, ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଚମ୍ପତିମୁଣ୍ଡା ନିକଟରେ ସଡ଼କ ଦୁର୍ଘଟଣା ଘଟିଛି । ଝାରସୁଗୁଡ଼ାରୁ ନିଜ ଗାଁକୁ ଫେରୁଥିବା ସମୟରେ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ବାଇକ୍ ରାସ୍ତା କଡରେ ଥିବା ଗଛକୁ ପିଟିଥିଲା । ଫଳରେ ୨ ଜଣଙ୍କର ଜୀବନ ଚାଲିଯାଇଛି । ଏନେଇ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି ।