ଜଟଣୀ: ଆଜି ସକାଳୁ ସକାଳୁ ଜଟଣୀର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଟ୍ରକକୁ ପଛରୁ ଧକ୍କା ଦେଇଛି କାର୍ । ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଦ୍ବୟ ପୁରୀ ଚନ୍ଦନପୁର ଅଞ୍ଚଳର ବୋଲି ଜଣାପଡିଛି । ପୋଲିସ ଘଟଣାର ତଦନ୍ତ ଜାରି କରିଛି ।
ସୂଚନା ଅନୁସାରେ, ଜଟଣୀର ଜାତୀୟ ରାଜପଥ ଇନଫୋଭ୍ୟାଲି ଥାନା ପୀତାପଲ୍ଲୀ ଛକରେ ଦୁର୍ଘଟଣା ଘଟିଛି । ଏକ କାର୍ ଦ୍ରୁତ ଗତିରେ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ମଧ୍ୟରେ ଧକ୍କା ହୋଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଘଟଣାସ୍ଥଳରେ କାରରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ହୋଇଯାଇଛି । ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ତୁରନ୍ତ ସ୍ଥାନୀୟ ଲୋକେ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ଏନେଇ ପୋଲିସ ଖବର ପାଇ, ଘଟଣାସ୍ଥଳରେ ପହଞ୍ଚିଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।
ଅଧିକ ପଢ଼ନ୍ତୁ: ବିଦ୍ୟୁତ ଖୁଣ୍ଟରେ ପିଟି ହୋଇ ଓଲଟିଲା ବସ୍, ୨୦ ଯାତ୍ରୀ ଆହତ