କୋଇଡ଼ା: ସୁନ୍ଦରଗଡ଼ ଜିଲ୍ଲା କୋଇଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଓମିନିକୁ ହାଇୱା ଧକ୍କା ଦେବା ପରେ ୨ ଜଣଙ୍କର ମୃତ୍ୟୁ ହେବା ସହିତ ୪ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । କୋଇଡା ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।
ସୂଚନା ଅନୁସାରେ, କୋଇଡାରୁ ଏକ ମାରୁତି ଓମନି ଗାଡି କମଣ୍ଡ ପ୍ଲାଣ୍ଟ୍କୁ ଯାଉଥିବା ବେଳେ ଅନ୍ୟପଟରୁ ଏକ ହାଇୱା ଗାଡି ମଧ୍ୟରେ କୋଇଡ଼ା ଥାନା ଏରିଆନ ଛକ ନିକଟରେ ଧକ୍କା ହୋଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ହାଇୱା ଓମନିକୁ ଘୋଷାଡ଼ି ନେଇ ଲୁହା ବ୍ୟାରିକେଡ୍ ମଧ୍ୟରେ ଅଟକି ଯାଇଥିଲା । ଏହି ଦୁର୍ଘଟଣାରେ ଓମନି ଚାଳକ ଓ ଜଣେ ଶ୍ରମିକଙ୍କର ମୃତ୍ୟୁ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ କୋଇଡା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଥିଲା । ଦୁର୍ଘଟଣାରେ ଓମନି ଗାଡିଟି ସମ୍ପୂର୍ଣ୍ଣ ଭାଙ୍ଗି ନଷ୍ଟ ହୋଇଯାଇଛି ।
ଏନେଇ କୋଇଡା ପୋଲିସକୁ ଖବର ଦିଆଯାଇଥିଲା । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି ।