ପୁଣି ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକ୍ ଓ ତେଲ ଟ୍ୟାଙ୍କର ମଧ୍ୟରେ ଧକ୍କା । ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ଓ ଜଣେ ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ, ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନା ଅଞ୍ଚଳରେ ଘଟିଛି ଏହି ସଡ଼କ ଦୁର୍ଘଟଣା । ନବରଙ୍ଗପୁର ଉମରକୋଟରୁ ଏକ ତେଲ ଟ୍ୟାଙ୍କର ଆସୁଥିବା ସମୟରେ କଟକରୁ ଗୋଟେ ଟ୍ରକ ଛତିଶଗଡ ଅଭିମୁଖେ ଯାଉଥିବା ସମୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ ଘଟଣାସ୍ଥଳରେ ଦୁଇ ଜଣ ଗୁରୁତର ହେବାବେଳେ ଜଣେ ଆହତ ହୋଇଛନ୍ତି ।
ସ୍ଥାନୀୟ ଲୋକ, ତୁରନ୍ତ ସେମାନଙ୍କ ଚିକିତ୍ସା ପାଇଁ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରିଛନ୍ତି । ଗୁରୁତର ଓ ଆହତଙ୍କ ପରିଚୟ ମିଳିଛି ବୋଲି ସୂଚନା ମିଳିଛି । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ିକୁ ଜବତ କରିବା ସହିତ ଘଟଣାର ଯାଞ୍ଚ କରିଛି । ପୋଲିସ ଦୁର୍ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକଙ୍କୁ ପଚରାଉଚରା ମଧ୍ୟ କରିଛି ।
ଆଗକୁ ପଢ଼ନ୍ତୁ : ଦୁଇ ବାଇକ୍ ମୁହାଁମୁହିଁ ଧକ୍କା : ଜଣେ ମୃତ, ୩ ଗୁରୁତର