ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ଲୁହା ବୋଝେଇ ଟ୍ରକ । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଯାଇଛି । ଖବର ପାଇ , ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହକୁ ଉଦ୍ଧାର କରିବା ସହିତ ଘଟଣାର ତଦନ୍ତ କରିଥିଲା । ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ସ୍ଥିତ ଏକ ଅଞ୍ଚଳରେ ଏକ ଲୁହା ବୋଝେଇ ଟ୍ରକ କୋଲକାତାରୁ ବିଶାଖାପାଟଣା ଅଭିମୁଖେ ଯାତ୍ରା କରୁଥିବା ସମୟରେ ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣାରେ ଟ୍ରକ ଚାଳକ ଓ ହେଲ୍ପରଙ୍କ ମୃତ୍ୟୁ ହୋଇଛି । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହିତ ଘଟଣାର ତଦନ୍ତ କରିଥିଲା ।