ଯୁବକଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଖବର ଓଡିଶା :- 04/05/2024 Share story: ବାଲେଶ୍ବର ଜିଲ୍ଲା ବସ୍ତା ଅଞ୍ଚଳରେ ଜଣେ ଯୁବକ ଖୁଣ୍ଟରେ ଚଢ଼ି ବିଦ୍ଯୁତ ମରାମତି କରୁଥିଲେ । ଏହି ସମୟରେ ସେ ବିଦ୍ଯୁତ ଆଘାତରେ ଗୁରୁତର ହୋଇ ତଳେ ପଡିଯାଇଥିଲେ । ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ବସ୍ତା ଡାକ୍ତର ଖାନାରେ ଭର୍ତ୍ତି କରାଯାଇଥିଲା । ମାତ୍ର ସେତେବେଳକୁ ତାଙ୍କର ମୃତ୍ୟୁ ହୋଇ ଯାଇ ଥିଲା । ତେବେ ମୃତକଙ୍କ ପରିବାର କ୍ଷତିପୂରଣ ଦାବି କରି ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ର ପରିସରରେ ଉତ୍ତେଜନା ସୃଷ୍ଟି କରିଥିଲେ । ଖବର ପାଇ ବସ୍ତା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉତ୍ଯକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ । ଏନେଇ ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ର କର୍ତ୍ତୁପକ୍ଷ ଙ୍କ କୌଣସି ପ୍ରତିକ୍ରିୟା ମିଳି ପାରିନି । Dead Baisakhi Rani, Author, 04/05/2024