ଭୁବନେଶ୍ୱର: କୁହୁଡ଼ିରେ ଆସ୍ତରଣ ହେବ ଓଡ଼ିଶା । ରାଜ୍ୟରେ ଘନକୁହୁଡ଼ି ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ମଧ୍ୟ ସୂଚନା ମିଳିଛି। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ କଳାହାଣ୍ଡି, କନ୍ଧମାଳ ଓ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୧୭ରୁ ରାଜ୍ୟରେ କଲବଲ କରିବ ଶୀତର ପ୍ରକୋପ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ ।
ରାଜ୍ୟରେ ଘନକୁହୁଡ଼ି ସହିତ ହାଲୁକା ଶୀତ ଅନୁଭୂତ ହେବା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ବିଶେଷ କରି ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ବରଗଡ, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁରରେ ଶୀତ ଲହରୀ ଅନୁଭୁତ ହେବାର ସମ୍ଭାବନା ରହିଛି ବୋଲି ଆଗୁଆ ସତର୍କ କରିଛି ପାଣିପାଗ ବିଭାଗ ।