ଭୁବନେଶ୍ୱର: ରାଜ୍ୟରେ ହେବାକୁ ଥିବା ଛାତ୍ର ସଂସଦ ନିର୍ବାଚନ ଓ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଡିଜିପି ବିନୟତୋଷ ମିଶ୍ରଙ୍କ ଉଚ୍ଚ ସ୍ତରୀୟ ସୁରକ୍ଷା ସମୀକ୍ଷା କରିଛନ୍ତି । ମଙ୍ଗଳବାର ପୂର୍ବାହ୍ନରେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଡିଜିପି ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଏସ୍ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଭିଡିଓ କନ୍ଫରେନ୍ସିଂ ଜରିଆରେ ଅନୁଷ୍ଠିତ ହୋଇଛି । ଆଇନଶୃଙ୍ଖଳା, ମହିଳା ସୁରକ୍ଷା, ସାଇବର ଅପରାଧ, ଅପରାଧ ନିୟନ୍ତ୍ରଣ ଏବଂ ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସମେତ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଡିଜିପି ବିସ୍ତୃତ ସମୀକ୍ଷା କରିଛନ୍ତି ।
Read More >