ମାଲକାନଗିରି : ଆସନ୍ତା ନଭେମ୍ବର ୨ ରୁ ନଭେମ୍ବର ୪ ତାରିଖ ପର୍ଯ୍ୟନ୍ତ ମାଲକାନଗିରି ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ, କଲେଜ ଏବଂ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ବନ୍ଦ ରହିବ।
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ସମ୍ଭାବ୍ୟ ବାତ୍ୟା ସୂଚନାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀମାନଙ୍କ ସୁରକ୍ଷା ପାଇଁ ଏହି ସତର୍କତାମୂଳକ ପଦକ୍ଷେପ ନିଆଯାଇଛି।
ଆସନ୍ତାକାଲିଠାରୁ ୪ ତାରିଖ ଅର୍ଥାତ୍ ଆଗାମୀ ତିନି ଦିନ ଜିଲ୍ଲାର ସମସ୍ତ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ହାଇସ୍କୁଲ, ଯୁକ୍ତ ଦୁଇ , ଡିଗ୍ରୀ କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ।
ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସମସ୍ତ ପରୀକ୍ଷା ସ୍ବାଭାବିକ ଭାବେ ଚାଲିବ ଏବଂ ଶିକ୍ଷାନୁଷ୍ଠାନର ସମସ୍ତ ଶିକ୍ଷକ ଓ କର୍ମଚାରୀ ନିଜ ନିଜ ଡ୍ୟୁଟିରେ ଉପସ୍ଥିତ ରହିବେ।