ଆଜି ପ୍ରବଳ ବର୍ଷା ପାଇଁ ବଲାଙ୍ଗିରରେ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜିଲ୍ଲାର ସବୁ ସରକାରୀ, ବେସରକାରୀ ସ୍କୁଲ ସହ ଅଙ୍ଗନବାଡ଼ି ଛୁଟି ହୋଇଛି । ସମସ୍ତ ସ୍କୁଲ ଛୁଟି ନେଇ ବଲାଙ୍ଗିର ଜିଲ୍ଲାପାଳ ସୂଚନା ଦେଇଛନ୍ତି। ସେହିପରି ବଲାଙ୍ଗିରରେ ଜାରି ରହିଛି ଲଗାଣ ବର୍ଷା। ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ବିଦ୍ୟାଳୟ ଏବଂ ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା କଲେ ଜିଲ୍ଲାପାଳ। ପ୍ରଶାସନ ପକ୍ଷରୁ ପ୍ରବଳ ବର୍ଷା ଓ ବନ୍ୟା ଆଶଙ୍କାରେ ଟୋଲ ଫ୍ରି ନଂ ଜାରି କରାଯାଇଛି।
ସୂଚନା ଅନୁସାରେ, ବଲାଙ୍ଗିରରେ ଜାରି ରହିଛି ଲଗାଣ ବର୍ଷା। ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ବିଦ୍ୟାଳୟ ଏବଂ ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା କଲେ ଜିଲ୍ଲାପାଳ। ଆଜି ଆହୁରି ଘନିଭୂତ ହେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଆହୁରି ୨ ଦିନ ଏଭଳି ବର୍ଷା ଲାଗି ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଜି ଦକ୍ଷିଣ ଓ ଆଭ୍ୟନ୍ତରିଣ ଓଡ଼ିଶାର ୧୭ ଜିଲ୍ଲାକୁ ବର୍ଷା ହେବ ବୋଲି ଆଲର୍ଟ କରାଯାଇଛି। ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୭ ଜିଲ୍ଲାକୁ ୟଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ପାଣିପାଗର ପୂର୍ବାନୁମାନ ପରେ ସ୍ୱତନ୍ତ୍ର ରିଲିଫ କମିସନରଙ୍କ ପକ୍ଷରୁ ମଧ୍ୟ ପରାମର୍ଶ ଜାରି ହୋଇଛି। ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯିବା ସହ ବିପର୍ଯ୍ୟୟକୁ ମୁକାବିଲା ପାଇଁ ପ୍ରସ୍ତୁତ ରିହବାକୁ କୁହାଯାଇଛି ।
ଅଧିକ ପଢନ୍ତୁ ; ତେଜିଲା ଛାତ୍ର ସଂସଦ ନିର୍ବାଚନ ଦାବି