ଭୁବନେଶ୍ୱର : ଏଣିକି ଓଡ଼ିଶା ଯାତ୍ରୀ ଆପ୍ରେ ଯୋଡ଼ିହେବ ଆମ୍ବୁଲାନ୍ସ ସେବା । ଅନଲାଇନ୍ରେ ବୁକ୍ ହେବ ଆମ୍ବୁଲାନ୍ସ । ରୋଗୀଙ୍କ ସମ୍ପର୍କୀୟ ଘରୋଇ ଆମ୍ବୁଲାନ୍ସ ଗୁଡ଼ିକ ଓଡ଼ିଶା ଯାତ୍ରୀ ସହ ଯୋଡ଼ି ହେବେ ଏବଂ ଅନ୍ଲାଇନ୍ରେ ଆମ୍ବୁଲାନ୍ସ ବୁକ୍ କରିପାରିବେ। ଏହାର ସଂରକ୍ଷଣ ଦାୟିତ୍ୱ ପରିବହନ ବିଭାଗ ନେଇଛି ଏବଂ କ୍ରୁଟ ସହାୟତାରେ ଏହାକୁ ପରିଚାଳନା କରାଯିବ । ଏହି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ।
ଖୁବଶୀଘ୍ର ଅଟୋ, ଟ୍ୟାକ୍ସି ପରେ ଘରୋଇ ଆମ୍ବୁଲାନ୍ସକୁ ଓଡ଼ିଶା ଯାତ୍ରୀ ଆପ୍ ସହ ଯୋଡ଼ାଯିବ । ଆମ୍ବୁଲାନ୍ସ ସେବା ରେଟ୍ ସରକାର ନିର୍ଦ୍ଧାରଣ କରିବେ । ଏହାଦ୍ୱାରା ସରକାରୀ ଆମ୍ବୁଲାନ୍ସ ସହ ଘରୋଇ ଆମ୍ବୁଲାନ୍ସ ସେବା ବି ପାଇବେ ସାଧାରଣ ଲୋକେ । ଏନେଇ ପରିବହନ ବିଭାଗ ପ୍ରକ୍ରିୟା ଆରମ୍ଭ କରିବାକୁ ଯାଉଥିବା ମନ୍ତ୍ରୀ କହିଛନ୍ତି ।