ଭୁବନେଶ୍ୱର :‘ସୁଭଦ୍ରା’କୁ ନେଇ ବଡ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଖୁବ୍ ଶୀଘ୍ର ଘୋଷଣା ହେବ ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ଏହି ପର୍ଯ୍ୟୟରେ ବାଦ ପଡିଥିବା ସବୁ ଅଙ୍ଗନବାଡି କର୍ମୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । କୌଣସି ଯୋଗ୍ୟ ହିତାଧିକାରୀ ବାଦ୍ ପଡ଼ିବେନି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।
ଗଣମାଧ୍ୟମକୁ ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଖାରଜ ହୋଇଥିବା ୨ ଲକ୍ଷ ୬୭ ହଜାର ଆବେଦନର ରି-ଚେକ୍ ହେବ। ଦରକାର ପଡ଼ିଲେ ବାରମ୍ବାର ଚେକ ହେବ। କେହି ଏହି ଯୋଜନାରୁ ବଞ୍ଚିତ ହେବେ ନାହିଁ। ଏଥିପାଇଁ ୧ ତାରିଖରେ ନୋଡାଲ ଏଜେନ୍ସି ନିଯୁକ୍ତ ହେବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା କହିଛନ୍ତି।