ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪୩ କୋଭିଡ୍ ସଂକ୍ରମିତ
Khabar Odisha:Another-143-covids-were-infected-in-the-state
ଭୁବନେଶ୍ୱର, ଜାନୁଆରୀ 21 (ଖବର ଓଡ଼ିଶା):

 ଗତ ୨୪ ଘଣ୍ଟା ମଧ୍ୟରେ ୧୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୮୬୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୮୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୦୩୨୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୪୭୭୭୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

  • Tags:

Subscribe

National International State Sports Entertainment