ରାଜ୍ୟରେ ଅଂଶୁଘାତରେ ପୁଣି ଗଲା ଜଣକର ଜୀବନ । ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ,ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ୨୫୭ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ସୁନ୍ଦରଗଡ଼ରେ ସର୍ବାଧିକ ୬୦ ଜଣ ଆକ୍ରାନ୍ତ ହୋଇଥିବା ବେଳେ ମୟୂରଭଞ୍ଜରେ ୪୦ ଆକ୍ରାନ୍ତ ହୋଇଛନ୍ତି। କିଛିଦିନ ପୂର୍ବରୁ ବାଲେଶ୍ୱରରେ ଜଣେ ବ୍ୟକ୍ତିଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିଲା।
ରାଜ୍ୟରେ କିଛି ଦିନ ହେବ ପ୍ରଚଣ୍ଡ ଗ୍ରୀଷ୍ମ ଲହରି ଜାରି ରହିଛି। ତତଲା କଡ଼େଇରେ ସିଝି ତ୍ରାହି ତ୍ରାହି ଡାକୁଛନ୍ତି ରାଜ୍ୟବାସୀ। ସକାଳ ୮ଟାରୁ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ମେ ୧ ତାରିଖ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନ ହେବନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି ଜାରି ରହିବ।