ଭୁବନେଶ୍ୱର: ଆସୁଛି ଆଉ ଗୋଟିଏ ବଡ ବର୍ଷା । ଆସନ୍ତା 24 ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଫଳରେ ଓଡ଼ିଶାରେ 23 ତାରିଖରୁ ପୁଣି ବର୍ଷା ବଢ଼ିବ । ଫଳରେ ୨୪ରୁ ଆରମ୍ଭ ହୋଇ ୨୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବର୍ଷା ପ୍ରଭାବ । ୨୪ ଓ ୨୫ରେ ସବୁଠୁ ଅଧିକ ବର୍ଷା ସମ୍ଭାବନା ରହିଛି ।
ତେବେ ଆସନ୍ତା ୨୪ ଘଣ୍ଟାରେ ବର୍ଷା ସମ୍ଭାବନା ରହିଛି । ଫଳରେ ବିଜୁଳି ଘଡ ଘଡି ସହ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଏନେଇ ୨୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହି ଜିଲ୍ଲା ଗୁଡ଼ିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ବର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହିପରି ଶନିବାର ମୟୂରଭଞ୍ଜ, କେନ୍ଦୁଝର, ଦେଓଗଡ, ଅନୁଗୁଳ , ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ରାୟଗଡ଼ା, କୋରାପୁଟ ଓ ଗଜପତି ଜିଲ୍ଲା ପାଇଁ ମଧ୍ୟ ସତର୍କ ସୂଚନା ଜାରି ହୋଇଛି ।