ଭୁବନେଶ୍ୱର: ସୃଷ୍ଟି ହେବ ଆଉ ଏକ ଲଘୁଚାପ କ୍ଷେତ୍ର । ଉତ୍ତର-ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ଆଗାମୀ ୨୯ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଯାହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
୨୮ ତାରିଖ ଅର୍ଥାତ୍ ଆଜି ରାଜ୍ୟର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ଝଟକା ପବନ ବହିବାର ସମ୍ଭାବନା ରହିଛି । ଯହାକୁ ନେଇ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୯ ତାରିଖରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ୫ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
୩୦ ତାରିଖରୁ ବର୍ଷାର ପରିମାଣ ବଢ଼ିବ । ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର ଜିଲ୍ଲାରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ମଧ୍ୟରେ ରଖାଯାଇଛି । ସେପଟେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।